୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

258
ADVERTISEMENT

ଭୁବନେଶ୍ୱର,୯/୮(ଏଜେନସି) : ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧୨ ତାରିଖଠାରୁ ପୁଣିଥରେ ଉତ୍ତର ଓ କେନ୍ଦ୍ରୀୟ ପଶ୍ଚିମ ଓଡ଼ିଶାରେ ବର୍ଷା ବଢ଼ିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଆହୁରି କୁହାଯାଇଛି ଯେ, ମୌସୁମୀ ସକ୍ରିୟ ରହିଥିବାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ, ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବ। ବେଳେ ବେଳେ ୫୦ କିମି ଛୁଇଁବାର ସମ୍ଭାବନା ରହିଛି। ତାହାକୁ ଦୃଷ୍ଟିରେ ରଖି ଏହି ସମୟ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ବର୍ଷା ପରିମାଣ କମିଥିବାରୁ ସମସ୍ତ ବନ୍ଦରରୁ ବିପଦସଙ୍କେତ ଉଠାଇ ଦିଆଯାଇଛି ।

Advertisement