ବ୍ରହ୍ମପୁର,୨୪/୦୬(ସୁଦାମ ମହାରଣା): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଏନ୍ ଏ ଏସି ରେ ଭାରତୀୟ ଜନତା ପାର୍ଟିର ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ୱରେ ହିନ୍ଦୀ ପ୍ରଚାର ସଭା କକ୍ଷରେ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଙ୍କ ୬୮ତମ ବଳିଦାନ ଦିବସ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ରଥ ମୁଖାର୍ଜୀଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଏନ୍ ଏ ଏସି ର ବିଜେପି ମଣ୍ଡଳ ସଭାପତି ମନୁ ମହାପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ବିଜେପିର ବରିଷ୍ଠ ନେତା ରାଘବ ପ୍ରସାଦ ପଟ୍ଟନାୟକ, ଚିତ୍ତ ରଞ୍ଜନ ସାହୁ, ସମେତ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ ।
















