ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ୩୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୫୬୦ ମୃତ

107
ADVERTISEMENT

ନୂଆଦିଲ୍ଲୀ,୧୭/୦୭(ଡ଼ି.ଏଚ/ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୮୦୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୬୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୬୪ ହଜାର ୯୦୮ ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୩ ହଜାର ୯୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୨ ଲକ୍ଷ ୨୭ ହଜାର ୭୯୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୪୦୨୫।

Advertisement