ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୬୪୮ ଜଣ କରୋନା ପଜିଟିଭ ଚିହ୍ନଟ

97
ADVERTISEMENT

ଭୁବନେଶ୍ୱର,୧୯/୦୭(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୬୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୫୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୩୫ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୧୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେଉଁଝରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୩୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୩୫ ଜଣ, ମୟୁରଭଞ୍ଜରୁ ୭୭ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୩ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement