ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୩୩ ଜଣ କରୋନା ପଜିଟିଭ ଚିହ୍ନଟ

89
ADVERTISEMENT

ଭୁବନେଶ୍ୱର,୨୫/୦୭(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୮୩୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୭ ଜଣ, ବାଲେଶ୍ୱରରୁ ୧୨୯ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮୯ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୪୩ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୬୧ ଜଣ, ଯାଜପୁରରୁ ୧୧୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, କେଉଁଝରରୁ ୨୪ ଜଣ, ଖୋର୍ଦ୍ଧାରୁ ୪୯୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୨୮ ଜଣ, ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୭ ଓ ଷ୍ଟେଟ ପୁଲରୁ ୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୬୭, ୫୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୪୩, ୦୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୮,୯୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement