ଭୁବନେଶ୍ୱର,୨୭/୦୭(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୬୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୯ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୪୭ ଜଣ, କେଉଁଝରରୁ ୨୯ ଜଣ, ଖୋର୍ଦ୍ଧାରୁ ୫୩୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ, ନୂଆପଡ଼ାରୁ ୧୦, ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୨୨ ଓ ଷ୍ଟେଟ ପୁଲରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୦, ୮୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୪୭, ୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭, ୭୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।