ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦୩ ଜଣ କରୋନା ପଜିଟିଭ ଚିହ୍ନଟ

501
BROCKTON - AUGUST 13: A nurse practitioner administers COVID-19 tests in the parking lot at Brockton High School in Brockton, MA under a tent during the coronavirus pandemic on Aug. 13, 2020. (Photo by David L. Ryan/The Boston Globe via Getty Images)
ADVERTISEMENT

ଭୁବନେଶ୍ୱର,୨୮/୦୭(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୯ ଜଣ, ବାଲେଶ୍ୱରରୁ ୮୮ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୭୦ଜଣ, ବୌଦ୍ଧରୁ ୪, ବଲାଙ୍ଗୀରିରୁ ୩ଜଣ, କଟକରୁ ୨୪୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୫୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୫୧ ଜଣ, ଯାଜପୁରରୁ ୮୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୨ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୧୪୯ ଜଣ, କଳାହାଣ୍ଡିରୁ ୧୨ଜଣ, କେନ୍ଦୁଝରରୁ 28 ଜଣ, ଖୋର୍ଦ୍ଧାରୁ ୩୮୬ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪୬ ଜଣ, ନୂଆପଡ଼ାରୁ ୩ , ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୩୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧୦ , ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ରାଜ୍ୟରୁ ୬୯ଜଣ ମୃତ କରୋନା ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି |

Advertisement