ଭୁବନେଶ୍ୱର,୧/୦୮(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୭ ଜଣ, ବାଲେଶ୍ୱରରୁ ୬୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୯୦ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୧ ଜଣ, କେଉଁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୪୦୯ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩୬ ଜଣ, ପୁରୀରୁ ୧୪୬ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧୩, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୮, ୭୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୬, ୮୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫, ୮୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।