ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୨ ଜଣ କରୋନା ପଜିଟିଭ ଚିହ୍ନଟ

138
ADVERTISEMENT

ଭୁବନେଶ୍ୱର,୦୨/୦୮(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୮ ଜଣ, ବାଲେଶ୍ୱରରୁ ୩୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୭ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୨, କଟକରୁ ୧୫୪ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୫ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୮୨ ଜଣ, ଯାଜପୁରରୁ ୪୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୨୩୭ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୦ ଜଣ, ନୂଆପଡ଼ାରୁ ୧, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୯, ୭୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୮, ୬୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫, ୦୫୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement