ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ

100
ADVERTISEMENT

ଭୁବନେଶ୍ୱର,୦୪/୦୮(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୨ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୯୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୮୯ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୨, ୧୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୨, ୦୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୮୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement