୭ ତାରିଖ ଯାଏ ବର୍ଷା

157
ADVERTISEMENT

ଭୁବନେଶ୍ୱର,୦୫/୦୮(ଡ଼ି.ଏଚ/ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୫ ତାରିଖ ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିସହ ୬ ତାରିଖ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ‌ହୋଇପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହାପରେ ବର୍ଷାର ପରିମାଣ କମିବ। ମୌସୁମୀ ଦୁର୍ବଳ ରହିଥିବାରୁ ୧୦ ତାରିଖ ଯାଏ ଆଶାନୁଯାୟୀ ବର୍ଷା ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

Advertisement