Tuesday, September 1, 2026
ADVERTISEMENT
Home ଆଞ୍ଚଳିକ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ

161
ADVERTISEMENT

ଭୁବନେଶ୍ୱର,୧୦/୮(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୭ ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୧୩୨ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୮୧ ଜଣ, ଯାଜପୁରରୁ ୩୬ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୭ ଜଣ, ଖୋର୍ଦ୍ଧାରୁ ୩୮୩ ଜଣ, କୋରାପୁଟରୁ ୫, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୨୬ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୮,୯୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୭୧, ୩୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୦, ୯୮୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement