ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୭୧୯ କରୋନା ସଂକ୍ରମିତ ଚିହ୍ନଟ

110
ADVERTISEMENT

ଭୁବନେଶ୍ୱର,୧/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ୬ଜଣ, କଟକରୁ ୮୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୩ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୮, ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୩, ୨୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement