ବ୍ରହ୍ମପୁର,୧/୯(ସୁଦାମ ମହାରଣା): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ କୋଭିଡ୍ କଟକଣା ମଧ୍ୟରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । କାର୍ଯ୍ୟାଳୟ ପରିସରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ମିଶ୍ର ପତକା ଉତ୍ତୋଳନ କରିବା ସହ ବଜାର ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟ ମଣିବୈଦ୍ୟ ଓ ଅତିରିକ୍ତ ଜିଲ୍ଲାପାଳ ଅମୀୟ କୁମାର ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସଫେଇ କର୍ମଚାରୀ ଙ୍କୁ ପୋଷାକ ବଣ୍ଟନ କରିବା ସହ ଉନ୍ନତ ସେବା ପାଇଁ ସଫେଇ ସୁପରଭାଇଜର ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ବିଜ୍ଞାପିତ ଅଞ୍ଚଳ ପରିଷଦ ସପର୍ଣ୍ଣ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ଉଦ୍ଘାଟନ କରିଥିଲେ । ଏନ ଏ ଏସି ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


















