ଭୁବନେଶ୍ୱର,୨/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୩୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୧୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନବରଙ୍ଗପୁରୁ ୨ ଜଣ, ନୟାଗଡ଼ରୁ ୧୩ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୬ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୯, ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୩, ୯୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୨୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।