ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୦୯ କରୋନା ସଂକ୍ରମିତ ଚିହ୍ନଟ

93
Coronavirus COVID-19 medical test vaccine research and development concept. Scientist in laboratory study and analyze scientific sample of Coronavirus antibody to produce drug treatment for COVID-19.
ADVERTISEMENT

ଭୁବନେଶ୍ୱର,୦୬/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୧୮ ଜଣ, କଟକରୁ ୧୧୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୮ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୧୮୮ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୨, ୧୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୯୭, ୦୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬, ୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement