ଭୁବନେଶ୍ୱର,୧୧/୯(ଡ଼ି.ଏଚ/ବ୍ୟୁରୋ): ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୫୭୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୬୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୬ ଜଣ ପଜିଟିଭ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ସାମ୍ପୁଲ ଟେଷ୍ଟ୍ ହୋଇଛି ।