ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ ସଂକ୍ରମିତ ଚିହ୍ନଟ

93
BROCKTON - AUGUST 13: A nurse practitioner administers COVID-19 tests in the parking lot at Brockton High School in Brockton, MA under a tent during the coronavirus pandemic on Aug. 13, 2020. (Photo by David L. Ryan/The Boston Globe via Getty Images)
ADVERTISEMENT

ଭୁବନେଶ୍ୱର,୧୩/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୨୬ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୮୧ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୫ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୯୬ ଜଣ, ମାଲକାନଗିରିରୁ୨ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୯ ଜଣ, ସମ୍ୱଲପୁରରୁ ୧ଜଣ, ସୁନ୍ଦରଗଡ଼ରୁ ୧ ଜଣ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୧୬,୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୦,୦୨, ୧୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬,୫୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement