ଭୁବନେଶ୍ୱର,୧୮/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୩୦ ଜଣ, ଭଦ୍ରକରୁ ୭ ଜଣ, ଭଦ୍ରକରୁ ୧୩ କଟକରୁ ୯୦ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୩୨୩ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୯, ୬୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୫,୫୮୭୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୮୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି l