ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୨୩ ସଂକ୍ରମିତ ଚିହ୍ନଟ

94
ADVERTISEMENT

ଭୁବନେଶ୍ୱର,୧୯/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୩ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୭୨ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୦, ୨୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୬,୩୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୭୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement