ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୮୫ ସଂକ୍ରମିତ ଚିହ୍ନଟ

96
ADVERTISEMENT

ଭୁବନେଶ୍ୱର,୨୬/୯(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୮ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୬, କଟକରୁ ୬୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୦୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୪, ୩୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୧୦,୧୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୯୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement