Saturday, August 29, 2026
ADVERTISEMENT
Home ଆଞ୍ଚଳିକ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୭୭ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୭୭ ସଂକ୍ରମିତ ଚିହ୍ନଟ

159
ADVERTISEMENT

ଭୁବନେଶ୍ୱର,୦୧/୧୦(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୬ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେଉଁଝରରୁ ୫ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧାରୁ ୨୦୦ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୬ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୯୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୧୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Advertisement