ଭୁବନେଶ୍ୱର,୦୩/୧୦(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୯ ଜଣ, ଭଦ୍ରକରୁ ୬ ଜଣ, ବରଗଡ଼ରୁ ୨ ଜଣ, କଟକରୁ ୬୯ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୭ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୯୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୪, ୪୧୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୨୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।