ଭୁବନେଶ୍ୱର,୦୭/୧୦(ଡ଼ି.ଏଚ/ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରୁ ୧୯ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୨୪ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୨୮୨ ଜଣ, କୋରାପୁଟରୁ ୧ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୧ ଜଣ, ସମ୍ୱଲପୁରରୁ ୨୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୨୯ ହଜାର ୯୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୧୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।