ଭୁବନେଶ୍ୱର ,୨୭/୧୦(ଡ଼ି.ଏଚ ବ୍ୟୁରୋ):-ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ଫଳରେ ଲଘୁଚାପର ରୂପନେବାର ସମ୍ଭାବନା । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖରୁ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ଵର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ।

















