ଭୁବନେଶ୍ୱର,୦୧/୧୧ (ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ଆସନ୍ତା କାଲିଠୁ ‘ଘର ଘର ଦସ୍ତକ’ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏଥିରେ ଟିକା ନେଇନଥିବା ଲୋକଙ୍କୁ ଚିହ୍ନଟ କରାଯିବ । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କ ସୂଚନା। ଏବଂ ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀ, ନର୍ସ, ଏସଏଚଜି ଗ୍ରୁପମାନଙ୍କ ସହଯୋଗରେ ଯେଉଁମାନେ ପ୍ରଥମ ଓ ଦ୍ବିତୀୟ ଡୋଜ୍ ଟିକା ନେଇନାହାନ୍ତି ତାଙ୍କୁ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରାଯିବ।


















