ଝାରସୁଗୁଡ଼ା,୬/୧୧(ଡ଼ି.ଏଚ ବ୍ୟୁରୋ):-ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବଢୁଛି ବିବାଦ । ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ଘଟଣାର ସିବିଆଇ ଯାଞ୍ଚ ଦାବିରେ ଜିଲ୍ଲା ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ । ଜିଲ୍ଲାର ସମସ୍ତ ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ବ୍ୟବସାୟିକ ଅନୁଷ୍ଠାନ, ବନ୍ଦ କରିବା ସହ ଜାତୀୟ ରାଜପଥ ଅବରୋଧ କରିଥିବା ଦେଖିବାକୁ ମିଳିଛି ।