ଅନୁଗୋଳ ,୨୦/୧୧ (ଡ଼ି.ଏଚ ବ୍ୟୁରୋ):-ଅନୁଗୋଳ ଗସ୍ତରେ ଯାଇ ବିଏସକେଓ୍ବାଇ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ଜିଲ୍ଲାର ମୋଟ୍ ୯ ଲକ୍ଷ ହିତାଧିକାରୀ ଉପକୃତ ହେବ ସହ ୧୧୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବଂ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ବିଭିନ୍ନ ସ୍ଥାନରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ।