କନ୍ଧମାଳ,୨୨/୧୧(ଡ଼ି.ଏଚ ବ୍ୟୁରୋ):-ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାରେ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ ଘାଟନ କରିବେ ସହ ହିତାଧିକାରୀଙ୍କୁ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏଥିରେ ୧୨ଟି ବ୍ଲକ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ୱାସ୍ଥ୍ୟସେବା ପାଇବେ। ଏବଂ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ୧୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ ।