Friday, October 16, 2026
ADVERTISEMENT
Home ମୁଖ୍ୟ ଖବର ଦୁଇଦିନ ଯାଏଁ ପ୍ରବଳ ବର୍ଷିବ

ଦୁଇଦିନ ଯାଏଁ ପ୍ରବଳ ବର୍ଷିବ

277
ADVERTISEMENT

ଭୁବନେଶ୍ୱର,୧୨/୮(ଏଜେନସି) : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ଆରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଆସନ୍ତା ଅଗଷ୍ଟ ୧୩ରୁ ୧୪ ତାରିଖ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ମୟୁରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଯାଜପୁର, ଜଗତସିଂହପୁର, ଅନୁଗୁଳ ଓ ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ୧୭ ତାରିଖ ପରେ ଯାଇ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisement