ଭଦ୍ରକ,୧୪/୧୨(ଡ଼ି.ଏଚ ବ୍ୟୁରୋ):-ଭଦ୍ରକ ଜିଲ୍ଲାରେ ଶୁଭାରମ୍ଭ ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ । ଏହି ସ୍ବାସ୍ଥ୍ୟକାର୍ଡ଼ ବଣ୍ଟନ କାର୍ଯ୍ୟକ୍ରମରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ବିଧାୟକ ସଞ୍ଜୀବ ମଲ୍ଲିକ ଉପସ୍ଥିତ ରହି ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ । ଏବଂ ସେପଟେ ଆଠଗଡ ଓ ତିଗିରିଆ ବ୍ଲକ୍ରେ BSKY ସ୍ମାର୍ଟ କାର୍ଡ ବାଣ୍ଟିଲେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ।