ଭୁବନେଶ୍ୱର,୦୯/୧(ଡ଼ି.ଏଚ ବ୍ୟୁରୋ):-ରାଜ୍ୟରେ ୫ ହଜାର ମୁହାଁ ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୭୫୫ ଜଣ କ୍ୱାରେଣ୍ଟାଇନ୍ରୁ ଓ ୧୯୫୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ସୂଚନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୦୮୬୯ଜଣକୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଜାରି ।


















