ସାନଖେମୁଣ୍ଡି,୨୪/୧ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗାଁରେ ଦେଖିବାକୁ ମିଳିଛି ପାନୀୟ ଜଳ ସଙ୍କଟର ସମସ୍ୟା । ଯାହାକୁ ନେଇ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଜଗନ୍ନାଥପୁର -ହିଂଜିଲିକାଟୁ ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।


















