ମୟୁରଭଞ୍ଜ,୭/୦୨(ଡି.ଏଚ୍ ବ୍ୟୁରୋ):-ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଗଡିଆ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇ ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତି । ଏବଂ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ।