ଗଞ୍ଜାମ,୧୮/୫(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ । ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏବଂ ସେପଟେ ଭକ୍ତଙ୍କ ସମାଗମରେ ପୁରି ଉଠିଛି ମନ୍ଦିର ପ୍ରାଙ୍ଗଣ।

















