ଗଞ୍ଜାମ,୨୫/୫(ଡି.ଏଚ ବ୍ୟୁରୋ):-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍ । ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ରୁ ଅଧିକ ଗୁରୁତରହୋଇ ଭଞ୍ଜନଗର ମେଡିକାଲରେ ଭର୍ତ୍ତି । ମୃତକଙ୍କ ମଧ୍ୟରେ ୪ଜଣ ମହିଳା ଥିବାବେଳେ ସମସ୍ତେ ପଶ୍ଚିମବଙ୍ଗର ହାୱାଡା ଅଂଚଳରୁ ବୋଲି ସୂଚନା l ଏବଂ ସେମାନେ ଦାରିଙ୍ଗବାଡିରୁ ପିକନିକ ସାରି ଫେରୁଥିବା ବେଳେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲେ ।


















