ରାଜସ୍ଥାନ,୦୭/୬(ଡି.ଏଚ ବ୍ୟୁରୋ):-ରାଜସ୍ଥାନର ବାଡମେର ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା । ଏକ ଏସୟୁଭି ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣକର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି । ସମସ୍ତେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଜାଲୋରରୁ ଆଡମେର ଯିବାବେଳେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲେ ।
















