ଭୁବନେଶ୍ୱର,୧୩/୬(ଡି.ଏଚ ବ୍ୟୁରୋ):-ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ଆଜି ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ଏହା ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ଶ୍ରୀ ଆରୁଖ ଗତ ୧୦ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏବଂ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଗତ ୪ ତାରିଖରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ।
















