ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ରଥ ଉପରେ ଅଧରପଣା ପୂଜା ନୀତି l

154
ADVERTISEMENT

ପୁରୀ,୧୧/୭(ଡି.ଏଚ ବ୍ୟୁରୋ):-ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସମ୍ପନ୍ନ ହେବ। ଏଥିପାଇଁ ସ୍ବତନ୍ତ୍ର ଅଧରହାଣ୍ଡି ପ୍ରସ୍ତୁତ ହୋଇଥିବାବେଳେ ସୋମବାର ଶ୍ରୀଜିଉଙ୍କ ଅଧରଉଚ୍ଚର ତିନି ଅଧରପଣା ହାଣ୍ଡି ରଥପାଖକୁ ବିଜେ କରିବ। ଚତୁର୍ଦ୍ଧାମୂର୍ତ୍ତିଙ୍କଠାରେ ଏହି ପଣା ଲାଗି ହେବାପରେ ରଥ ଉପରେ ଅଧରପଣା ହାଣ୍ଡିକୁ ଭାଙ୍ଗି ଚଣ୍ଡିଚାମୁଣ୍ଡା, ଅଶରୀରୀମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।

Advertisement