ଭୁବନେଶ୍ୱର,୨୧/୭(ଡି.ଏଚ ବ୍ୟୁରୋ):-ଆସନ୍ତା ୨୪ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା l ଫଳରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ନେଇ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ସହ ସତର୍କ ସୂଚନା ଜାରି କରାଯାଇଛି ।















