ନୂଆଦିଲ୍ଲୀ,୨୫/୭(ଡି.ଏଚ ବ୍ୟୁରୋ):-ଆଜି ପାର୍ଲାମେଣ୍ଟ୍ର ସେଣ୍ଟ୍ରାଲ୍ ହଲ୍ରେ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ପ୍ରଧାନ ବିଚାରପତି ଏନ୍. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବାବେଳେ ଏହି ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍. ଭେଙ୍କୟାନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ ସମସ୍ତ କେନ୍ଦ୍ରମନ୍ତ୍ରୀ ଓ ସାସଂଦ ଉପସ୍ଥିତ ଥିଲେ।















