Wednesday, August 19, 2026
ADVERTISEMENT
Home ଆଞ୍ଚଳିକ ରାଜ୍ୟରେ ଆସନ୍ତା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ତାହା ଘନୀଭୂତ...

ରାଜ୍ୟରେ ଆସନ୍ତା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ତାହା ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ଅଛି ।

118
ADVERTISEMENT

ଭୁବନେଶ୍ୱର,୧୨/୮(ଡି.ଏଚ ବ୍ୟୁରୋ):-ରାଜ୍ୟରେ ଆସନ୍ତା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ତାହା ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ଅଛି । ଏହାର ପ୍ରଭାବରେ ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, , କେନ୍ଦ୍ରାପଡ଼ା, କନ୍ଧମାଳ, ରାୟଗଡ଼ା, ଗଜପତି, ଯାଜପୁର, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ଥିବାବେଳେ ମହାନଦୀ, ବଂଶଧାରା, ବୈତରଣୀ, ବ୍ରାହ୍ମଣୀ ଆଦି ବିଭିନ୍ନ ନଦୀର ଜଳସ୍ତର ଫୁଲିବାରେ ଲାଗିଛି ।

Advertisement