ବେଗୁନିଆପଡ଼ା,o୩/୯(ଡି.ଏଚ୍ ବ୍ୟୁରୋ):-ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକ । ସେ ମୋ ଗୁହାଳ’ ଯୋଜନାରେ ନିର୍ମିତ ଗୁହାଳ ଘରର ବକେୟା ଟଙ୍କା ପାଇଁ ୭ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏ ନେଇ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଛି।