ଭୁବନେଶ୍ୱର,୦୮/୯(ଡି.ଏଚ୍ ବ୍ୟୁରୋ):-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଯାହାର ପ୍ରଭାବରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।abon ୫ ଦିନ ଯାଏ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ।