ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

52
Water flowing along the street curb during heavy rain. Close up of splashing raindrops and air bubbles.
ADVERTISEMENT

ଭୁବନେଶ୍ୱର,୨୩/୧୦(ଡି.ଏଚ ବ୍ୟୁରୋ):-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଘନୀଭୂତ ହୋଇ ଆଜି ତୀବ୍ର ଅବପାତରେ ପରିଣତ ହେବ । ଆସନ୍ତାକାଲି ସାମାନ୍ୟ ଦିଗ ବଦଳାଇ ଉତ୍ତର ଓ ଉତ୍ତର ପୂର୍ବ ଆଡ଼କୁ ଗତି କରି ବାତ୍ୟା ରୂପ ନେବ । ଏବଂ ୨୫ ତାରିଖ ସକାଳୁ ବାଂଲାଦେଶ ଉପକୂଳର ତିଙ୍କୋଣା ଦ୍ୱୀପ ଓ ସାଣ୍ଡୱିପ୍ ମଝିରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଥିବାବେଳେ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

Advertisement