ଭୁବନେଶ୍ୱର,o୫/୧୨(ଡି.ଏଚ ବ୍ୟୁରୋ):-ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାଫଳରେ ଆଜି ଏହା ଲଘୁଚାପର ରୂପ ନେଇପାରେ । ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୮ ଓ ୯ ତାରିଖରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗର ପୂର୍ବାନୁମାନ ।