ଭୁବନେଶ୍ୱର,o୬/୧୨(ଡି.ଏଚ ବ୍ୟୁରୋ):-ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେବ । ଫଳରେ ୮ ତାରିଖ ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ ।ଯାହାର ପ୍ରଭାବରେ ତାମିଲନାଡୁ ପ୍ରାନ୍ତରେ ପ୍ରବଳ ବର୍ଷା ହେବ ସମ୍ଭାବନା l ଏବଂ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ।