ଓଷ୍ଟା ପକ୍ଷରୁ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ପାଳିତ।

114
ADVERTISEMENT

ପୁରୁଷୋତ୍ତମପୁର,୧୬/୧୨(ପ୍ରଭାକର ମହାରଣା):-ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲ୍ଲି ଗ୍ରାମ ସ୍ଥିତ ବୀର ବଜରଙ୍ଗ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି। ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଅତିଥି ଭାବେ ଓଷ୍ଟା ଉପଦେଷ୍ଟା ତଥା ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଅବସରପ୍ରାପ୍ତ ଶିକ୍ଷକ କାମରାଜୁ ମହାରଣା, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସ୍କୁଲର ପ୍ରଧାନ ଶିକ୍ଷକ ନିରାକାର ସାସମଲ, ଓଷ୍ଟାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ କୁମାର ଦଳେଇ ପ୍ରମୁଖ ଯୋଗ ଦେଇ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ପୁରସ୍କାର ବିତରଣ କରିଥିଲେ। ଏହି ଉତ୍ସବରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଧୋବା ସାହୁ ହାଇସ୍କୁଲର ହିନ୍ଦୀ ଶିକ୍ଷକ ତଥା ଓଷ୍ଟାର ବ୍ଲକ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଶିକ୍ଷକ ନୀଳାମ୍ବର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Advertisement