ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ : ୨୪ଘଣ୍ଟା ଭିତରେ ଲଘୁଚାପ ରୂପ ନେବ, ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

320
Pic25-010 LAHORE: July25-A view of rainy water accumulated on roads in provincial capital as trouble for people which needs the attention of concern authorities .ONLINE PHOTO by Malik Sajjad
ADVERTISEMENT

ଭୁବନେଶ୍ବର,୧୮/୮(ଏଜେନସି) : ଶୁକ୍ରବାର ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା ପ୍ରାୟ ସପ୍ତାହକ ଯାଏଁ ସାରା ରାଜ୍ୟରେ ବଡ଼ ବର୍ଷା ନାହିଁ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ହେଲେ ଆଜି ପୁଣି ପୂର୍ବାନୁମାନ କରିଛି ଅଗଷ୍ଟ ୧୮ ଓ ୧୯ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି।ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଯାହା ପ୍ରଭାବରେ ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ହେଲେ ଅଧିକାଂଶ ସ୍ଥାନରେ ରବିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର ଆଦି ସ୍ଥାନରେ ଶନିବାର ରାତିରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ସ୍ଥାନରେ ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ରବିବାର ଓ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ବା‌ଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ସମ୍ବଲପୁର ଆଦି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିନ୍ତୁ ଏହା ପରଠାରୁ ତିନି ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ନାହିଁ। ଆଜି ସଂଧ୍ୟା ସୁଦ୍ଧା ଫୁଲବାଣୀରେ ସର୍ବାଧିକ ୯.୨ ମିମି ବର୍ଷା ହୋଇଥିବାବେଳେ ବାରିପଦାରେ ୨.୪ମିମି, ପାରାଦୀପରେ ୧.୩ମିମି, ବାଲେଶ୍ବରରେ ୧.୨ମିମି, କେନ୍ଦୁଝରରେ ୦.୬ମିମି ବର୍ଷା ହୋଇଛି।ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି।

Advertisement