Wednesday, October 14, 2026
ADVERTISEMENT
Home ଆଞ୍ଚଳିକ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୀମପୁର ଗ୍ରାମରେ ମା ଶାରଦା ବିଦ୍ୟାପୀଠର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି...

ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୀମପୁର ଗ୍ରାମରେ ମା ଶାରଦା ବିଦ୍ୟାପୀଠର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l

126
ADVERTISEMENT

ପୁରୁଷୋତ୍ତମପୁର,୧୩/୦୨(ପ୍ରଭାକର ମହାରଣା):-ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୀମପୁର ଗ୍ରାମରେ ମା ଶାରଦା ବିଦ୍ୟାପୀଠର ୪ର୍ଥ ବାର୍ଷିକ ଉତ୍ସବ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ,ସମ୍ମାନିତ ଅତିଥି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟ ମଣି ବୈଦ୍ୟ,ଆସ୍କା ବିଧାୟିକା ମଞ୍ଜୁଳା ସ୍ବାଇଁ,ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା,ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରି ବେହେରା, ଏନ ଏ ଏସି ପ୍ରିୟଙ୍କା ଗୌଡ, କାଉସିଲର ଅଶୋକ ମହାଙ୍କୁଡ,ସମିତି ସଭ୍ୟ ଜଗନ୍ନାଥ ପାତ୍ର, ସରପଞ୍ଚ ମାମାଲି ଦାସ, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ପି ନାରାୟଣ ରାଓ ,ଜଗତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ,। ସମୟବତ୍ତୁତା ସହ ଭଲ ପାଠପଢି ଭଲ ମଣିଷ ହେବା ପାଇଁ ଅତିଥି ମାନେ ପରାମର୍ଶ ଦେଇଥିଲେ।ମୁଖ୍ୟ ବକ୍ତା ତଥା ସ୍କୁଲ ପ୍ରତିଷ୍ଠାତା କମଳଲୋଚନ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସଭାପତି ନିଳକଣ୍ଠ ମହାପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।ସମସ୍ତ ଗୁରୁଜୀ ଓ ଗୁରୁମା ଅଭିଭାବକ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଛାତ୍ରଛାତ୍ରୀଙ୍କ ଦ୍ଵାରା ସା’ସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ମାନପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ ।

Advertisement